ରାଜ୍ୟରେ ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ପାଇଁ ୨ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ

ରାଜ୍ୟ ଆଜି ପାଳନ କରୁଛି ବିପର୍ଯ୍ୟୟ ପ୍ରସ୍ତୁତି ଦିବସ। ଏହି ଅବସରରେ ଏକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ପାଇଁ ୨ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିସହ ପ୍ରତି ଗାଁକୁ ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରସ୍ତୁତ କରାଯିବ। ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନା‌ଯୋଗ୍ୟ, ପ୍ରତିବର୍ଷ ଅକ୍ଟୋବର ୨୯କୁ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଭାବେ ପାଳନ କରାଯାଉଛି । ଚଳିତ ବର୍ଷ ବିପର୍ଯ୍ୟୟ ପ୍ରସ୍ତୁତି ଦିବସର ଥିମ୍‌ ରହିଛି, ‘ସଶକ୍ତ ଗୋଷ୍ଠୀ, ସୁରକ୍ଷିତ ଓଡ଼ିଶା’। ଏହି ଅବସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏଥିସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଏସଆରସି ସତ୍ୟବ୍ରତ ସାହୁ, ଓସଡମା ଏମଡି ଜ୍ଞାନ ରଞ୍ଜନ ଦାସ ପ୍ରମୁଖ ଯୋଗଦେଇଥିଲେ।

Related Articles

Back to top button