ଆହୁରି ୩ ଦିନ ପ୍ରବଳ ବର୍ଷା, ଆଜି ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି । 

ଦୁର୍ବଳ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ବର୍ତ୍ତମାନ ଲଘୁଚାପ ଦକ୍ଷିଣ ପଶ୍ଚିମ ଝାଡଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ଛତିଶଗଡ ଅଞ୍ଚଳରେ ସକ୍ରିୟ ରହିଛି। ହେଲେ ବର୍ଷାର ପରିମାଣ କମିନି । ଏହା ସହ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହା ପ୍ରଭାବରେ ଆସନ୍ତା ୩ ଦିନ ପର‌୍ୟ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଲାଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ଏହାର ପ୍ରଭାବରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଆଜି ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବରଗଡ଼, ସୋନୁପର, ବଲାଙ୍ଗୀର, ଝାରସୁଗୁଡା,ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ଦେବଗଡ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆଉ ୫ ତାରିଖରୁ କମିବ ବର୍ଷା।

Related Articles

Back to top button