
ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୩ଟି ଗେଟ୍
ହୀରାକୁଦ ଜଳଭଣ୍ଡାରରେ ବଢୁଛି ଜଳସ୍ତର । ଜଳସ୍ତର ବଢୁଥିବାରୁ ଖୋଲିଲା ହୀରାକୁଦର ଆଉ ୩ଟି ଗେଟ୍ । ଏହାକୁ ମିଶାଇ ମୋଟ୍ ୧୦ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ । ବାମ ପାର୍ଶ୍ବର ୭ଟି ଓ ଡାହାଣ ପାର୍ଶ୍ବର ୩ଟି ଗେଟ୍ ଖୋଲାଯାଇଛି । ହୀରାକୁଦରେ ଜଳସ୍ତରା ୬୨୯.୬୫ ଫୁଟରେ ପହଞ୍ଚିଛି । ଜଳଭଣ୍ଡାରକୁ ପ୍ରତି ସେମକେଣ୍ଡରେ ୧ ଲକ୍ଷ ୧୬ ହଜାର ୮୮ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ, ନିଷ୍କାସିତ ହେଉଛି ୧ ଲକ୍ଷ ୫୪ ହଜାର ଘନଫୁଟ ବନ୍ୟାଜଳ ।