ସରକାରୀ କର୍ମଚାରୀ ଏବଂ ପେନ୍‌ସନ୍‌ ଉପଭୋକ୍ତାଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନ୍‌ସନ୍‌ ଉପଭୋକ୍ତାଙ୍କୁ ଦଶହରା ଭେଟି ଦେଇଛନ୍ତି ସରକାର । ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୧.୧.୨୦୨୨ରୁ ପିଛିଲା ଭାବରେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି  କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ତେବେ କର୍ମଚାରୀ ଓ ପେନ୍ସନଭୋଗୀ  ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବେ । ଏହାସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍ସନଭୋଗୀ ଉପକୃତ ହେବେ ।

Related Articles

Back to top button