
ରାଜ୍ୟରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ : ୨୪ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା
ଗତ ୨୪ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୪ରେ ପହଞ୍ଚିଥିବା ବେଳେ ଏବେ ଆକ୍ଟିଭ କେସ ରହିଛି ୨୩ । ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ ।
ସଂକ୍ରମଣ ବ୍ୟାପୁଥିବାରୁ ଥଣ୍ଡା, ଜ୍ବର, କାଶ ଭଳି ଲକ୍ଷଣ ଥିଲେ ତୁରନ୍ତ ଟେଷ୍ଟ କରାଇବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ନିବେଦନ କରାଯାଇଛି । ବିଶେଷ କରି ବୃଦ୍ଧ, ଶିଶୁ ଓ ଅନ୍ୟ ରୋଗରେ ପୀଡିତ ଥିବା ବ୍ୟକ୍ତି ବିଶେଷ ମାସ୍କ ବ୍ୟବହାର କରିବାକୁ କୁହାଯାଇଛି ।