ଘୂର୍ଣ୍ଣିବଳୟ ସହ ସକ୍ରିୟ ମୈାସୁମୀ ଯୋଗୁଁ ଆହୁରି ୪ ଦିନ ପ୍ରବଳ ବର୍ଷା

ଆହୁରି ୪ ଦିନ ବର୍ଷାରେ ଭିଜିବ ସାରା ଓଡ଼ିଶା। ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଲ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ରାଜ୍ୟ ଉପରେ ମୌସୁମୀ ଟ୍ରାପ୍ ଲାଇନ୍ ସକ୍ରିୟ ରହିଥିବାରୁ ବର୍ଷାର ପରିମାଣ ବଢ଼ିବା ନେଇ ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଜ୍ଞାନୀ । ଏହାଫଳରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆସନ୍ତାକାଲି ସୁଦ୍ଧା ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ କାଲିଠାରୁ ବର୍ଷାର ମାତ୍ରା ବଢିବ। ଏହା ଅଗଷ୍ଟ ୩ ତାରିଖ ଯାଏଁ ଲାଗିରହିବ। ଆସନ୍ତା ୨୪ ଘଣ୍ଟାରେ କେନ୍ଦୁଝର, ଢେ଼ଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ସେପଟେ ୩୧ ତାରିଖ ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିବ। ଯାହା ୨ ତାରିଖ ରାତି ପର୍ଯ୍ୟନ୍ତ ଚାଲିବ। ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ସହିତ ମୟୁରଭଂଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ସୁନ୍ଦରଗଡ, ଝାରସୁଗୁଡ଼ା, ସୋନପୁର, ବରଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣିଂ ଜାରି କରାଯାଇଛି। କାଲି ଦିନ ତମାମ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ସହ ସମ୍ପୂର୍ଣ୍ଣ ଉତ୍ତର ଉପକୂଳ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୧୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର।

Related Articles

Back to top button