କେନ୍ଦୁପତ୍ର ତୋଳାଳୀଙ୍କ ଖାତାକୁ ଗଲା ୪୩ କୋଟି ଟଙ୍କା

ଭୁବନେଶ୍ୱର :  ଘୋଷଣାର ସପ୍ତାହକ ଭିତରେ କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା। କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଧ୍ୟବର୍ତ୍ତୀକାଳୀନ ସହାୟତା ଭାବରେ ତୋଳାଳୀମାନଙ୍କୁ ଏକହଜାର ଟଙ୍କା ଏବଂ ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ୧୫ଶହ ଟଙ୍କା ପ୍ରଦାନ କରାଯାଇଛି। ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ବଣ୍ଟନ କରିଛନ୍ତି।

ଡିବିଟି ଜରିଆରେ ହିତାଧିକାରୀଙ୍କ ଆକାଉଣ୍ଟକୁ ୪୩କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହି ଅବସରରେ ଗରିବ ଲୋକର ଖୁସି ହିଁ ତାଙ୍କର ସବୁଠାରୁ ବଡ ଖୁସି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଗରିବ ଲୋକଙ୍କ ସହ ସେ ସବୁବେଳେ ରହିଛନ୍ତି ଓ ସେମାନଙ୍କ କଲ୍ୟାଣ ପାଇଁ ତାଙ୍କର ଉଦ୍ୟମ ଜାରି ରହିବ ବୋଲି ପୂର୍ବରୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବଲାଙ୍ଗିରର ହିତାଧିକାରୀ ଶାନ୍ତନୁ କୁମାର ଭୋଇ, ଝାରସୁଗୁଡ଼ାର ପୁଷ୍ପ ଲତା ଭଇଁଶା ଓ ନୂଆପଡ଼ାର ଈଶ୍ୱର ଶବରଙ୍କ ସହ ସହାୟତା ସଂପର୍କରେ ଆଲୋଚନା କରିଥିଲେ । ସହାୟତା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Related Articles

Back to top button