ଜନଜାତିଙ୍କ ଉପରେ ଲାଗିଥିବା ୪୮ ହଜାର ଛୋଟ ମାମଲା ହଟିବ

ଜନଜାତିଙ୍କ ଉପରେ ଲାଗିଥିବା ୪୮ ହଜାର ଛୋଟ ମାମଲା ହଟିବ । ଗୃହ, ଅବକାରୀ ଓ ଜଙ୍ଗଲ ବିଭାଗ ଅଧୀନରେ ଥିବା ମାମଲା ହଟିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭାଇ ଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ୩ଟି ବିଭାଗ ଅଧୀନ ୪୮ ହଜାର ୧୬ଟି ମାମଲା ପ୍ରତ୍ୟାହାର ହେବ ।ଜନଜାତିଙ୍କ ଉପରୁ ଛୋଟ ମାମଲା ହଟାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ୩୬,୫୮୧ ଅବକାରୀ, ୯୮୪୬ ଗୃହ ବିଭାଗର ମାମଲା ହଟିବ । ଜଙ୍ଗଲ ଓ ପରିବେଶ ବିଭାଗର ୧୫୯୧ ମାମଲା ପ୍ରତ୍ୟାହାର ହେବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ । ମୋକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା ପାଇଁ ନିଷ୍ପତ୍ତି ହୋଇଛି ।

ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି । ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ ।

Related Articles

Back to top button