ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ଭିକେ ପାଣ୍ଡିଆନ

ନୂଆ ଦାୟିତ୍ଵ ଗ୍ରହଣ ପରେ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି 5T ଓ ‘ନବୀନ ଓଡ଼ିଶା’ ଅଧ୍ୟକ୍ଷ ଭିକେ ପାଣ୍ଡିଆନ । ଭୋର୍ ୪ଟାରୁ ୬ଟା ଯାଏ କରିଛନ୍ତି ସମୀକ୍ଷା । ଏହା ସହ ଡିସେମ୍ବର ୧୫ ସୁଦ୍ଧା ପ୍ରକଳ୍ପ କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପରିକ୍ରମା ପ୍ରକଳ୍ପ ସମୀକ୍ଷାବେଳେ ପୁରୀ ଜିଲ୍ଲାପାଳ ଓ ଏସ୍‌ପି ଉପସ୍ଥିତ ଥିବା ସୂଚନା ମିଳିଛି ।

ସୂଚନା ମୁତାବକ, ଆଜି ଭୋରରୁ ପୁରୀ ଗସ୍ତ କରିଥିଲେ ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ପୁରୀରେ ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ, ବିମଳା ମନ୍ଦିର, ଲକ୍ଷ୍ମୀ ମନ୍ଦିର ଓ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନ କରିଥିଲେ। ଶ୍ରୀମନ୍ଦିର ମଧ୍ୟରେ ପ୍ରାୟ ୨୦ମିନିଟ ଅତିବାହିତ କରିବା ପରେ ବାହାରକୁ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ତଦାରଖ କରିଥିଲେ। ଶ୍ରୀମନ୍ଦିର ଚତୁର୍ପାଶ୍ୱ ବୁଲି ସେ ତଦାରଖ କରିଥିବା ବେଳେ ସାଙ୍ଗରେ ଜିଲ୍ଲାପାଳ ସମର୍ଥ ବର୍ମା, ଉପଜିଲ୍ଲାପାଳ ଭଵତାରଣ ସାହୁ, ଓବିସିସି ଓ ଟାଟାର ଅଧିକାରୀଙ୍କ ସହ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ତେବେ ଖୁବ ଶୀଘ୍ର କାର୍ଯ୍ୟ ଶେଷ କରିବାକୁ ସେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ। ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ୍ୟ ଭାବେ ନୂତନ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର ପ୍ରଥମ ପୁରୀ ଗସ୍ଥ। ନୂତନ ଦାୟିତ୍ୱ କୁ କିଭଳି ସୁଚାରୁ ରୂପେ ତୁଲାଇବେ ସେନେଇ ସେ ମହାପ୍ରଭୁଙ୍କ ଆଶିଷ ଭିକ୍ଷା କରିଥିଲେ ଭି.କେ ପାଣ୍ଡିଆନ।

Related Articles

Back to top button