ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରୁ ୧ ବର୍ଷର ଶିଶୁପୁତ୍ର ଅପହରଣ

ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରୁ ୧ ବର୍ଷର ଶିଶୁପୁତ୍ର ଅପହରଣ । ଶିଶୁପୁତ୍ର ଅପହରଣ ଅଭିଯୋଗ ନେଇ ଥାନାର ଦ୍ୱାରସ୍ଥ ହେଲେ ପରିବାର । ପୋଲିସ ଡାକ୍ତରଖାନାରେ ପହଞ୍ଚି ସିସିଟିଭି ଯାଞ୍ଚ କରିବା ସହିତ ତଦନ୍ତ ଆରମ୍ଭ କରିଛି ।ସୂଚନାଯୋଗ୍ୟ, ସିମୁଳିଆ ଥାନା ବାଲିକଣା ଗ୍ରାମର ପ୍ରତିମା ମୁର୍ମୁ ସୋର ପୌରାଞ୍ଚଳ ଢିପାସାହି ସ୍ଥିତ ନିଜ ବାପା ଘରକୁ ଆସିଥିବା ବେଳେ ଆଜି ଅପରାହ୍ଣରେ ତାଙ୍କର ୧ ବର୍ଷର ଶିଶୁପୁତ୍ର ଏବଂ ତାଙ୍କ ଭଉଣୀସହ ଜଣେ ଓକିଲଙ୍କ ସହିତ ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କୁ ତାଙ୍କ ବଡ଼ ମାଆଙ୍କ ମୃତ୍ୟୁ ସାର୍ଟିଫିକେଟ ଆଣିବାକୁ ଯାଇଥିଲେ । ଡାକ୍ତରଖାନାରେ ପହଞ୍ଚିବା ପରେ ଓକିଲ ଜଣଙ୍କ ତାଙ୍କ ଶିଶୁପୁତ୍ରକୁ ଜଣେ ମହିଳାଙ୍କୁ ଧରିବାକୁ ଦେବା ପାଇଁ କହିଥିଲେ । ଏଥିରେ ପ୍ରତିମା ରାଜି ନ ହେବାରୁ ଓକିଲ ଜଣଙ୍କ ମହିଳାଙ୍କୁ ଶିଶୁପୁତ୍ରକୁ ଦେବା ପାଇଁ ବାଧ୍ୟ କରିଥିଲେ । ଶେଷରେ ପ୍ରତିମା ଶିଶୁପୁତ୍ରକୁ ମହିଳା ଜଣଙ୍କୁ ଦେଇ ଓକିଲଙ୍କ ସହ ଡାକ୍ତରଖାନାର ଉପର ମହଲାକୁ ସାର୍ଟିଫିକେଟ ଆଣିବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ପ୍ରତିମା ଶିଶୁପୁତ୍ର ସହ ଉକ୍ତ ମହିଳାଙ୍କୁ ସେଠାରେ ନ ପାଇ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ । ଶେଷରେ ନିରାଶ ହୋଇ ସନ୍ଧ୍ୟାରେ ସୋର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଡାକ୍ତରଖାନାରେ ପହଞ୍ଚି ସିସିଟିଭି ଯାଞ୍ଚ କରିବା ସହିତ ତଦନ୍ତ ଆରମ୍ଭ କରିଥିଲା ।

Related Articles

Back to top button