ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତରେ ପରିଣତ ହୋଇଛି ସୃଷ୍ଟ ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତରେ ପରିଣତ ହୋଇଥିବା ସୂଚନା ମିଳିଛି । ଅବପାତ ଉତ୍ତର ଆଡକୁ ଗତି କରି ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି । ପାରାଦ୍ୱୀପ ଠାରୁ ୧୯୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବାରୁ ଏହାର ପ୍ରଭାବରେ ରାଜ୍ୟରେ ପାଗ କୋହଲା ରହିଥିବା ବେଳେ କିଛି ଜିଲାରେ ବର୍ଷା ହୋଇଛି ।ସେପଟେ ଆଜି ପ୍ରବଳ ବର୍ଷା ନେଇ ୪ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ଅଧିକାଂଶ ଜିଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ସେହି ଜିଲାଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା । ଏହି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଯାଏଁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ନଯିବାକୁ ବାରଣ କରାଯାଇଛି ।

Related Articles

Back to top button