
ସୃଷ୍ଟି ହେଲା ଲଘୁଚାପ
ସୃଷ୍ଟି ହେଲା ଲଘୁଚାପ । ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଏହି ଲଘୁଚାପ ଗତି କରିବ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଜଡ଼ିତ ଘୂର୍ଣ୍ଣିବଳୟ ବାୟୂମଣ୍ଡଳର ୫.୮ କିଲୋମିଟର ଯାଏ ବ୍ୟାପିଛି । ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ପ୍ରବଳ ବର୍ଷା ହେବ । ଉତ୍ତର ଓଡ଼ିଶାର ବାଲେଶ୍ବର, ମୟୂରଭ଼ଞ୍ଜ ଓ କେନ୍ଦୁଝରରେ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।