ତାତିରୁ ମିଳିଲା ଟିକିଏ ଆଶ୍ବସ୍ତି: ରାଜ୍ୟରେ ଝିପିଝିପି ବର୍ଷା ସହ କମିଛି ତାପମାତ୍ରା

ତାତିରୁ ମିଳିଲା ଟିକିଏ ଆଶ୍ବସ୍ତି । ଉପାନ୍ତରୁ ଉପକୂଳ ସବୁଠି   ଝିପିଝିପି ବର୍ଷା ସହ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି ତାପମାତ୍ରା। ଆଜିଠାରୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଉପକୂଳ ଓ ଉତ୍ତର ଉପକୂଳ ଓଡିଶାର ମୟୁରଭଞ୍ଜ, କେଉଁଝର, ଅନୁଗୁଳ, ଢେଙ୍କାନାଳ,ଦେଓଗଡ଼,ନୟାଗଡ଼, ଖୋର୍ଦ୍ଧା, ପୁରୀ ଜିଲ୍ଲାରେ ମେଘୁଆ ପାଗ ସହ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସକାଳୁ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ଝିପ୍ଝିପ୍ ବର୍ଷା ହୋଇଛି। ପଶ୍ଚିମା ଝଡ ଏବଂ ଗୁରୁଚାପ ବଳୟ ସକ୍ରିୟ ଥିବାରୁ ଜଳୀୟ ବାଷ୍ପ ବାୟୁ ବାୟୁମଣ୍ଡଳକୁ ପ୍ରବେଶ କରୁଛି । ତେଣୁ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମେଘୁଆ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଆସନ୍ତା କାଲି ଉପକୂଳ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୨୦ ଜିଲ୍ଲାରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଛି।

Related Articles

Back to top button