ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ବଜ୍ରପାତ ସହ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବ । ଏଥିସହ ସଂଲଗ୍ନ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଛତିଶଗଡ ଆଡକୁ ୪୮ ଘଣ୍ଟା ମଧ୍ୟରେ ଗତି କରିବ। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଆଗାମୀ ୨ ଦିନରେ ଦକ୍ଷିଣ ଓଡିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ।

Related Articles

Back to top button