ଦକ୍ଷିଣ ଓଡ଼ିଶା ଉପକୂଳର ପାର୍ଶ୍ବବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର

ଦକ୍ଷିଣ ଓଡ଼ିଶା ଉପକୂଳର ପାର୍ଶ୍ବବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ ଅନୁଯାୟୀ, ଏହା ଉତ୍ତର ଦିଗରେ ଗତି କରିବା ସହ ୩ ଦିନ ମଧ୍ୟରେ ଗାଙ୍ଗେୟ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଅବପାତରେ ପରିଣତ ହେବ। ଏହି ଅଞ୍ଚଳରେ ଏକ ମୌସୁମୀ ନିମ୍ନଚାପରେଖା ସକ୍ରିୟ ରହିଛି।ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବ। ଗଣେଶ ପୂଜାରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି। ଲଘୁଚାପ କ୍ଷେତ୍ର ପ୍ରଭାବରେ ୭ରୁ ୯ ତାରିଖ ଯାଏଁ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲା ସହିତ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଏବଂ ୧୦ ଓ ୧୧ ତାରିଖରେ ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥ ପଶୁପାଳକ କହିଛନ୍ତି।

ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବିଜୁଳି ଘଡ଼ଘଡ଼ି ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ମୟୂରଭଞ୍ଜ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Related Articles

Back to top button