ମହାନଦୀ ବ୍ରିଜ ତଳକୁ ଓହଳି ରହିଛି ବସ , ଅଳ୍ପକେ ବଞ୍ଚିଗଲା ଯାତ୍ରୀଙ୍କ ଜୀବନ

ବାଙ୍କୀ ଜାତମୁଣ୍ଡିଆ ମହାନଦୀ ବ୍ରିଜ ଉପରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବ୍ରିଜ ତଳକୁ ଓହଳି ରହିଛି ଯାତ୍ରୀବାହୀ ବସ । ଅନୁଗୁଳରୁ ଭୁବନେଶ୍ବର ଆସୁଥିବା ବେଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ବସଟି ଜାତମୁଣ୍ଡିଆ ବ୍ରିଜର ବ୍ୟାରିକେଡକୁ ଧକ୍କା ଦେବା ଫଳରେ ବସଟି ପୋଲ ତଳକୁ ଖସିପଡ଼ିବା ଭଳି ଅଧାରେ ଲଟକି ରହିଛି। ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ବସରେ ପାଖାପାଖି ୬୦ରୁ ଅଧିକ ଯାତ୍ରୀ ଥିଲେ । ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛି । ଖବର ପାଇ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ରାସ୍ତା ଖାଲି କରୁଛି । ପୁଲିସ ଓ ଅଗ୍ନିଶମବାହିନୀ ପହଞ୍ଚି ଉଦ୍ଧାର  କାର୍ଯ୍ୟ ଜାରି ରଖିଛି।ଏହାସହ ବ୍ରିଜରୁ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ବାହାର କରିବାକୁ ଉଦ୍ୟମ ଜାରି ରହିଛି । କ୍ରେନ୍ ସହାୟତାରେ ବସକୁ କଢ଼ାଯାଉଛି ବସ ଡ୍ରାଇଭର ଡ୍ରାଇଭିଂ ଲାଇସେନ୍ସ ବାତିଲ କରିବା ସହ ଗାଡ଼ି ମାଲିକଙ୍କୁ ମଧ୍ୟ ଜେରା କରିବାକୁ ଦାବି କରିଛନ୍ତି ଲୋକେ । ଗାଡ଼ିର କାଚ ଓ ଜରୁରୀ ଦ୍ୱାର ଭାଙ୍ଗି ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇଛି। ହେଲେ ଦୁର୍ଘଟଣାର କାରଣ ଜଣାପଡ଼ିନାହିଁ। ଡ୍ରାଇଭର ନିଶାସକ୍ତ ଥିଲେ କି ଯାନ୍ତ୍ରିକ ତ୍ରୁଟିପାଇଁ ଏଭଳି ଦୁର୍ଘଟଣା ଘଟିଛି ତାହା ତଦନ୍ତ କରାଯାଉଛି।

Related Articles

Back to top button