ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ କରିବା ନିମନ୍ତେ ବିଜୁ ପଟ୍ଟନାୟକ ମୁଳୁଦୁଆ ରଖିଥିଲେ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ବିଜୁ ବାବୁ ଜଣେ ଏଭଳି ବ୍ୟକ୍ତିତ୍ୱ ଥିଲେ ଯିଏ ନିଜର ସମସ୍ତ ଶିଳ୍ପକୁ ସରକାରଙ୍କୁ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଶ୍ୱ ରାଜନୈତିକ ଇତିହାସରେ ବିଜୁ ପଟ୍ଟନାୟକଙ୍କ ଭଳି ବ୍ୟକ୍ତିତ୍ୱ ବିରଳ।ରାଜ୍ୟସ୍ଥରୀୟ ସମାରୋହରେ ଶ୍ରୀ ମାଝୀ କହିଛନ୍ତି ଯେ ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ କରିବା ନିମନ୍ତେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜନନାୟକ ବିଜୁ ପଟ୍ଟନାୟକ ମୁଳୁଦୁଆ ରଖିଥିଲେ। ଏହି ମର୍ମରେ ମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ପ୍ରଚେଷ୍ଟାକୁ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ ମହିଳା ସଂରକ୍ଷଣ, ପଞ୍ଚାୟତିରାଜ ବ୍ୟବସ୍ଥାର ଉନ୍ନତି ଓ ମହିଳାମାନଙ୍କ ଅର୍ଥନୈତିକ ବିକାଶ କ୍ଷେତ୍ରରେ ବିଜୁ ବାବୁଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ।

Related Articles

Back to top button