ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗରେ ତିନି ଜଣ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଶ୍ରୀମନ୍ଦିର ରୋଷ ମଧ୍ୟରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗରେ ତିନି ଜଣ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସମସ୍ତ ତିନି ଜଣ ସୁପକାରଙ୍କ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ  କରାଯାଇଛି ନିଷିଦ୍ଧ। ତିନି ସୁପକାରଙ୍କ ମଧ୍ୟରୁ ଜଣେ ପାଳିଆ ସେବକଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ମଧ୍ୟ ନିଲମ୍ବିତ କରାଯାଇଛି। ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ୍ 1955 ର 21 – ଖ (କ) ଧାରା ଅନୁସାରେ ଏହି ନିଳମ୍ବନ ଆଦେଶ ଜାରି କରାଯାଇଛି। ମହାପ୍ରଭୁଙ୍କ ସେବାପୂଜାରେ କୌଣସି ପରମ୍ପରା ବହିର୍ଭୂତ କାର୍ଯ୍ୟ ତଥା ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ କହିଛନ୍ତି।

Related Articles

Back to top button