ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ଲାଗି ରହିଛି ବର୍ଷା

ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗି ରହିଛି । ଏହାରି ଭିତରେ ଆଜି ମଧ୍ୟାହ୍ନ ସମୟରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି । ହଠାତ କଳାହାଣ୍ଡିଆ ମେଘ ମାଡିଆସିଥିବା ବେଳେ ଘଡଘଡି ସହ ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି । ତେବେ ଲଘୁଚାପଟି ଆଗକୁ ଘନୀଭୂତ ହୋଇ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ସଦୃଶ ଲଘୁଚାପ ପରିଣତ ହେବ। ମାତ୍ର ଏହାର କେନ୍ଦ୍ରବିନ୍ଦୁ ଓଡ଼ିଶାଠାରୁ ଦୂରରେ ରହିବା ହେତୁ ରାଜ୍ୟ ଉପରେ ପ୍ରଭାବ ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।ସୂଚନା ଅନୁସାରେ ୨୦ ଓ ୨୧ ତାରିଖରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୨୪ରେ ସମ୍ବଲପୁର, ସୋନପୁର, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଆସନ୍ତା ୨୭ ଓ ୨୮ ତାରିଖ ଆଡକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Related Articles

Back to top button