ପାଗ ଦୁଇ ଦିନ ଶୁଖିଲା ରହିବା ପରେ ୧୮ରୁ ପ୍ରବଳ ବର୍ଷା
ପାଗ ଦୁଇ ଦିନ ଶୁଖିଲା ରହିବା ପରେ ୧୮ରୁ ପୁଣି ପ୍ରବଳରୁ ଅତି ପ୍ରବଳ ବର୍ଷା। ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ସୁଦୃଶ ଲଘୁଚାପ ବଳୟ ଏବେ ପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ରାଜ୍ୟଠାରୁ ଦୂରରେ ରହିଥିବାରୁ ରାଜ୍ୟରେ ବର୍ଷା ବିସ୍ତୃତି କମିଛି। ଆଜି ଓ ଆସନ୍ତାକାଲି ରାଜ୍ୟରେ ପାଗ ଶୁଖିଲା ରହିବ। ୧୮ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା ଓ ଗଞ୍ଜାମ ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ସୂଚନା ମୁତାବକ, ଆଜି ଓ ଆସନ୍ତାକାଲି ରାଜ୍ୟରେ ପାଗ ଶୁଖିଲା ରହିବ ଏବଂ ୧୮ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା ଓ ଗଞ୍ଜାମ ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିଭଳି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାରେ ୧୯ ତାରିଖ ଦିନ ଭଲ ବର୍ଷିବାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଗତ ୪ ଦିନର ଲଘୁଚାପ ପ୍ରଭାବରେ ରାଜ୍ୟରେ ହାରାହାରି ବର୍ଷା ୧୧୦.୫ ମିମି ରେକର୍ଡ କରାଯାଇଛି। ଯାହାକି ସ୍ୱାଭାବିକ ବର୍ଷା ୩୩.୪ ମିମି ତୁଳନାରେ ୨୩୧% ଅଧିକ।