ଅସହ୍ୟ ହେଉଛି ଗୁଳୁଗୁଳି: ୩ ଦିନ ସମସ୍ତ ବିଦ୍ୟାଳୟ ଛୁଟି

ଅସହ୍ୟ ହେଊଛି ତାତି କଲବଲ ହେଉଛନ୍ତି ରାଜବାସୀ । ଜଳୁଛି ସାରା ଓଡ଼ିଶା । ସକାଳୁ ଘରୁ ବାହାରିବା ହେଉଛି ମୁସ୍କିଲ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟକୁ ୩ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି। ଏପ୍ରିଲ ୧୮ରୁ ୨୦ ତାରିଖ ପର‌୍ୟ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟଳୟଗୁଡିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରଚଣ୍ଡ ତାତି ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍କୁଲ କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ନେଇଛି । ପ୍ରବଳ ଗରମକୁ ଦୃଷ୍ଟିରେ ରଖି ପିଲାମାନଙ୍କୁ ଆରାମ ପ୍ରଦାନ କରିଛନ୍ତି ସରକାର । ୧୪ ତାରିଖରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପୁଣି ବଢିଛି। ସକାଳ ସାଢ଼େ ୮ରେ ୩୪ ଡିଗ୍ରୀ ଟପିଲାଣି ତାତି।

ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ, ୧୮ ତାରିଖରେ ଟିଟିଲାଗଡ଼, ବଲାଙ୍ଗିର, ବୌଦ୍ଧ ଓ ଝାରସୁଗୁଡ଼ାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରୀ ରହିପାରେ। ମାଲକାନଗିରି, ସୋନପୁର, ଭବାନୀପାଟଣା, ନୟାଗଡ଼ ଓ ବାରିପଦାରେ ତାପମାତ୍ରା ୪୪ ଡିଗ୍ରୀ ଏବଂ ପାରଳାଖେମୁଣ୍ଡି, ଭୁବନେଶ୍ୱର, ଅନୁଗୋଳ ଓ ନୂଆପଡ଼ାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ରହିପାରେ । ୧୯ ତାରିଖରେ ଟିଟିଲାଗଡ଼, ଭବାନୀପାଟଣା, ମାଲକାନଗିରି, ବଲାଙ୍ଗିର, ବୌଦ୍ଧ, ନୟାଗଡ଼, ଝାରସୁଗୁଡ଼ା ଓ ଅନୁଗୋଳରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରୀ ରହିପାରେ। ନୂଆପଡ଼ା, ସୋନପୁର ଓ ବାରିପଦାରେ ତାପମାତ୍ରା ୪୪ ଡିଗ୍ରୀ ଏବଂ ରାୟଗଡ଼ା, ପାରଳାଖେମୁଣ୍ଡି, ସମ୍ବଲପୁର, ଭୁବନେଶ୍ୱର, ଯାଜପୁର, ସୁନ୍ଦରଗଡ଼ ଓ ରାଉରକେଲା ୪୩ ଡିଗ୍ରୀ ରହିବାର ସମ୍ଭାବନା ରହିଛି । ତେଣୁ ଏଭଳି ତାପମାତ୍ରା ବୃଦ୍ଧିକୁ ଦେଖି ରାଜ୍ୟସରକାର ଏଭଳି ନିଷଷ୍ପତ୍ତ୍‌ି ନେଇଛନ୍ତି ।

Related Articles

Back to top button