ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ଘୋଷଣା : ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା

ପଦ୍ମ ବିଜେତାଙ୍କୁ ମାସକୁ ୨୫ ହଜାର ଟଙ୍କା ମିଳିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପ୍ରେଲ ୨୦୨୪ରୁ ଓଡିଶାର କୃତୀ ସନ୍ତାନମାନଙ୍କୁ ଏହା ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ମାସକୁ ୨୫ ହଜାର ଟଙ୍କା ଲେଖାଏଁ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଚଳିତ ବର୍ଷ ଅପ୍ରେଲ ମାସ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବା ନେଇ ସୂଚନା ରହିଛି।

Related Articles

Back to top button