ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ : ୩ ତାରିଖ ପର୍ଯ୍ୟନ୍ତ ହେବ ପ୍ରବଳ ବର୍ଷା

ରାଜ୍ୟରେ ଲାଗି ରହିଛି ବର୍ଷା । ଆସନ୍ତା ୩୧ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ହେବ ପ୍ରବଳ ବର୍ଷା। ଆଜି ମଧ୍ୟ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଯାଜପୁର । ଏସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

Related Articles

Back to top button