ଲୋକସେବା ଭବନରେ ପୁଣି ଅଗ୍ନିକାଣ୍ଡ

ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ବୁଧବାର ଅଗ୍ନିକାଣ୍ଡ ଘଟିଛି। ଏସ୍‌ସି/ଏସ୍‌ଟି ବିଭାଗ ଛାତ ଉପରେ ଥିବା ଏସି କଂପ୍ରେସରରେ ନିଆଁ ଲାଗି ଯାଇଥିବା ବେଳେ ନିଆଁକୁ ଆୟତ୍ତ କରାଯାଇଥିବା ସୂଚନା ମିଳିଛି। ତେବେ ନିଆଁ ଲାଗିବାର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ। ଏଥିସହ କ୍ଷୟକ୍ଷତି ନେଇ ମଧ୍ୟ କୌଣସି ସୂଚନା ମିଳିପାରି ନାହିଁ।

ସୂଚନାଯୋଗ୍ୟ, ଗତ ୩ ତାରିଖରେ ମଧ୍ୟ ଲୋକସେବା ଭବନରେ ଅଗ୍ନିକାଣ୍ଡ ଘଟିଥିଲା। ରାଜସ୍ୱ ବିଭାଗ କୋଠାର ପ୍ରଥମ ମହଲାରେ ନିଆଁ ଲାଗି ଯାଇଥିଲା। ଅଗ୍ନିଶମ କର୍ମଚାରୀ ତୁରନ୍ତ ନିଆଁକୁ ଆୟତ୍ତ କରିଥିଲେ। ଏସି ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଜଣାପଡ଼ିଥିଲା।

Related Articles

Back to top button