ବଙ୍ଗୋପସାଗରରେ ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା

ବଙ୍ଗୋପସାଗରରେ ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା ମିଳିଛି । ଯାହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି । ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ତ୍ତମାନ ପର୍ଯ୍ୟନ୍ତ ବର୍ଷା ଲାଗି ରହିଛି । ବର୍ଷା ପାଇଁ ବିଭିନ୍ନ ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି । ମୌସୁମୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଉତ୍ତରରୁ ଦକ୍ଷିଣ, ପୂର୍ବରୁ ପଶ୍ଚିମ ସବୁଠି ବର୍ଷା ଜାରି ରହିଛି। ଆଜି ବର୍ଷା ନେଇ କେବଳ ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି ଜିଲ୍ଲାକୁ ଛାଡ଼ି ବାକି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୬ ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି।

କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କେଉଁଠି ପ୍ରବଳ ବର୍ଷିପାରେ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଲଗାତାର ଦୁଇଟି ଲଘୁଚାପ ସୃଷ୍ଟି ହେବା ଦ୍ବାରା ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହୋଇଛି। ଲଘୁଚାପ ପ୍ରଭାବରେ ଅନୁଗୁଳ ଓ ନୂଆପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ବରଗଡ଼, ରାୟଗଡ଼ା, ସୁବର୍ଣ୍ଣପୁର, ବଲାଙ୍ଗୀର, ନୟାଗଡ଼, ବୌଦ୍ଧ, ମାଲକାନଗିରି ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ଆସନ୍ତା ପାଞ୍ଚ ଦିନ ମଧ୍ୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ସମେତ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ଆସନ୍ତା କାଲି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଏବଂ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବା ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ୩୧ ତାରିଖ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହୋଇପାରେ । ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ଦୁଇ ଦିନ ପର୍ଯ୍ୟନ୍ତ ନ ଯିବାକୁ ପରାମର୍ଶ ଦିଆଯାଇଛି।

Related Articles

Back to top button