କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର । କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ ଦିନରେ ଏହା ଘନୀଭୂତ ହୋଇ ଉତ୍ତରପଶ୍ଚିମ ଦିଗକୁ ଗତି କରିବ।ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିବ। କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୧୯ରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଏବଂ ରାୟଗଡା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ଉତ୍ତର ଓ ଉପକୂଳ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୨୦ ତାରିଖରେ କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇ ପାରେ। ଉପକୂଳ ଏବଂ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Related Articles

Back to top button