![](https://abhigam.com/wp-content/uploads/2024/11/Screenshot_2024-11-19-20-01-43-33_680d03679600f7af0b4c700c6b270fe7.jpg)
ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ
ଆସୁଛି ଆଉ ଏକ ଲଘୁଚାପ । ପୁଣି ଭିଜିବ ଓଡିଶା । ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ୨୩ ସୁଦ୍ଧା ଲଘୁଚାପ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । କ୍ରମେ ଏହା ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବ । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅବପାତର ରୂପ ନେବ । ତେବେ ଲଘୁଚାପର ପ୍ରଭାବ କିଭଳି ରହିବ, ତାହା ଏଯାଏଁ ସ୍ପଷ୍ଟ ହୋଇ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।