ବଡ଼ଦେଉଳ ଦକ୍ଷିଣ-ପଶ୍ଚିମ ପଟ ମନ୍ଦିରରୁ ଖସିଛି ପଥର

ପୁରୀ: ପୁରୀ ଶ୍ରୀମନ୍ଦିରରୁ ଆସିଲା ବଡ଼ ଖବର । ଶ୍ରୀମନ୍ଦିର ଉପରୁ ଖସିଛି ପଥର । ଶ୍ରୀମନ୍ଦିର ଭିତରେ ଥିବା ଏକାଦଶୀ ମନ୍ଦିରର ଉପର ଭାଗରୁ ପଥର ଖସିଥିବା ନେଇ ସୂଚନା ମିଳିଛି । ତେବେ ମନ୍ଦିରରୁ ପଥର ଖସିଥିଲେ ମଧ୍ୟ ଏଥିରେ କାହାର କିଛି ବି କ୍ଷତି ହୋଇନି । କେହି ବି ସେବାୟତ କିମ୍ବା ଭକ୍ତ ଆହତ ହେଇନାହାଁନ୍ତି । ବର୍ତ୍ତମାନ ପାଇଁ ପଥରଟିକୁ ଶ୍ରୀମନ୍ଦିର ଗାରଦରେ ଜମା କରାଯାଇଥିବାବେଳେ, ପଥରଟି କେଉଁଠୁ ପଡିଛି ସେ ନେଇ ଏଏସଆଇ ଯାଞ୍ଚ ପରେ ସ୍ପଷ୍ଟ ହେବ ବୋଲି କୁହାଯାଇଛି ।

ବଡ଼ଦେଉଳ ଦକ୍ଷିଣ-ପଶ୍ଚିମ ପଟ ମନ୍ଦିରରୁ ଖସିଛି ପଥର । ବିମଳା ମନ୍ଦିର ନିକଟ ବରାହ ମନ୍ଦିର ପାଖ ମୁଖ୍ୟ ମନ୍ଦିରରୁ ପଥର ଖସିଛି । ASI ପକ୍ଷରୁ ଦକ୍ଷିଣ ଘର ପଛପଟୁ ଅନେକ ପଥର ପରିବର୍ତ୍ତନ କରାଯାଇଥିଲା । ସେଠାରୁ ପଥର ଖସିଥିବା ନେଇ ଅନୁମାନ କରାଯାଉଛି ।

Related Articles

Back to top button