ଅର୍ଚ୍ଚନାଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ

ଖୁବଶୀଘ୍ର ଜେଲରୁ ମୁକୁଳି ପାରନ୍ତି ଅର୍ଚ୍ଚନା ନାଗ । ଅର୍ଚ୍ଚନାଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ପୂର୍ବରୁ ୨ଟି ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳିସାରିଛି । ସମସ୍ତ ୩ଟି ମାମଲାରେ ଜାମିନ ମିଳିଥିବାରୁ ଅର୍ଚ୍ଚନା ଜେଲରୁ ମୁକୁଳିବା ସ୍ପଷ୍ଟ ହୋଇଛି ।ଇଡି କରିଥିବା ମାମଲାରେ ଜାମିନ ମିଳିଛି । ପୂର୍ବରୁ ଅନ୍ୟ ଦୁଇଟି ମାମଲାରେ ଜାମିନ ପାଇଛନ୍ତି ଅର୍ଚ୍ଚନା । ନୟାପଲ୍ଲୀ ଓ ଖଣ୍ଡଗିରି ଥାନାରେ ହୋଇଥିବା ମାମଲାରେ ତାଙ୍କୁ ଜାମିନ ମିଳିସାରିଥିଲା । ହାଇକୋର୍ଟ ଜାମିନ ପ୍ରଦାନ କରିଥିବାରୁ ଅର୍ଚ୍ଚନା ଖୁବଶୀଘ୍ର ଜେଲରୁ ମୁକୁଳିପାରନ୍ତି ।

ଏପ୍ରିଲ ୧୧ରେ ନୟାପଲ୍ଲୀ ଥାନା ମାମଲା ତାଙ୍କୁ ଜାମିନ ପ୍ରଦାନ କରିବା ସହ ବାହାରକୁ ନଯିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ସେହିପରି ଅଗଷ୍ଟ ୨ରେ ଖଣ୍ଡଗିରି ଥାନା ମାମାଲାରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଥିଲା ।ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ବଡ଼ବଡ଼ିଆଙ୍କୁ ହନିଟ୍ରାପରେ ଫସାଇ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇଥିବା ଅଭିଯୋଗ ହେବା ପରେ ସମଗ୍ର ରାଜ୍ୟରେ ଏହା ଚହଳ ପକାଇଥିଲା । ଏହି ମାମଲାରେ ଅର୍ଚ୍ଚନାଙ୍କ ସମେତ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ ତଥା ସହଯୋଗୀ ଖଗେଶ୍ୱର ଏବେ ଝାରପଡ଼ା ଜେଲ୍‌ରେ ଅଛନ୍ତି ।

 

ଗତବର୍ଷ ଡିସେମ୍ବର ୧୩ ତାରିଖରେ ପ୍ରିଭେନସନ ଅଫ୍ ମନି ଲଣ୍ଡରିଂ ଆକ୍ଟରେ ଅର୍ଚ୍ଚନାଙ୍କୁ ଗିରଫ କରିଥିଲା ଇଡି । ମନି ଲଣ୍ଡରିଂର ଖୋଳତାଡ ବେଳେ ହନିଟ୍ରାପ୍ ଓ ବେଆଇନ ଟଙ୍କା କାରବାରର ପ୍ରମାଣ ପାଇଥିଲା ଇଡି ।ନିଜ ସମ୍ପତ୍ତିର ହିସାବ ଦେଇ ନ ପାରିବାରୁ ଅର୍ଚ୍ଚନା, ଜଗବନ୍ଧୁଙ୍କ ଆଲିସାନ ବଙ୍ଗଳା ସମେତ ଖଗେଶ୍ୱରଙ୍କ କୋଠାକୁ ବି ଜବତ କରିଥିଲା ଇଡି।

Related Articles

Back to top button