ରାଜ୍ୟସଭା ପାଇଁ ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ପୁଣି ଥରେ ରାଜ୍ୟସଭା ପ୍ରାର୍ଥୀ : ଆସନ୍ତାକାଲି ଭରିବେ ନାମାଙ୍କନ

ରାଜ୍ୟସଭା ପାଇଁ ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ପୁଣି ଥରେ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି । ଆସନ୍ତାକାଲି ଅର୍ଥାତ ଫେବୃଆରୀ ୧୫ରେ ରାଜ୍ୟସଭା ସଦସ୍ୟ ପଦବୀ ଲାଗି ଅଶ୍ୱିନୀ ବୈଷ୍ଣବ ନାମାଙ୍କନ ଭରିବେ । ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟ ବିଜେପି ପକ୍ଷରୁ ଅଭିନନ୍ଦନ ଜଣାଯାଇଛି l ଏହି ଅବସରରେ ଆଜି ରାଜ୍ୟ କାର୍ଯ୍ୟାଳୟ ଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବିଜେପି ବିଧାୟକମାନଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ପୂର୍ବାହ୍ନ ୧୦ଟା ସମୟରେ ନାମାଙ୍କନ ଭରିବେ ଅଶ୍ୱିନୀ ବୈଷ୍ଣବ । ରାଜ୍ୟ ବିଜେପି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏ ନେଇ ବିଜେପି ବିଧାୟକ ନାଉରୀ ନାଏକ ସୂଚନା ଦେଇଛନ୍ତି ।

୨୦୧୯ ଭଳି ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେପି ରାଜ୍ୟସଭା ପ୍ରାର୍ଥୀ କରିଛି । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ବୁଧବାର ସେ ରେଳବାଇ ଓ ବିଏସଏନଏଲ୍‌ ପ୍ରକଳ୍ପର ସମୀକ୍ଷା କରିବେ । ରାତିରେ ରେଳବାଇ ଗେଷ୍ଟ ହାଉସରେ ରାତ୍ରୀଯାପନ କରିବେ । ଗୁରୁବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ଛାଡ଼ିବେ । ତେଣୁ ଗୁରୁବାର ଦିନ ସେ ରାଜ୍ୟସଭା ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କରିବେ । ରାଜ୍ୟସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ସମର୍ଥନ କରିଛି । ଏ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

Related Articles

Back to top button