ନଭେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି ସପ୍ତଦଶ ବିଧାନସଭାର ଶୀତକାଳୀନ ଅଧିବେଶନ ।

ଆସନ୍ତା ନଭେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି ସପ୍ତଦଶ ବିଧାନସଭାର ଦ୍ୱିତୀୟ ତଥା ଶୀତକାଳୀନ ଅଧିବେଶନ । ଏ ନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଅଧିବେଶନ ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ । ଚଳିତ ଶୀତ ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି । ଡିସେମ୍ବର ୧, ୮, ୧୫, ୨୨ ଏବଂ ୨୯ ରବିବାର ପଡ଼ୁଥିବାରୁ ଏହି ଦିନମାନଙ୍କରେ ଗୃହ କାର୍ଯ୍ୟ ବନ୍ଦ ରହିବ । ସେହିପରି ବଡ଼ ଦିନ ପାଇଁ ଡିସେମ୍ବର ୨୫ ମଧ୍ୟ ଛୁଟି ରହିବ ।

ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ । ସେଥିପାଇଁ ଏହା ଉପରେ ଜନସାଧାରଣଙ୍କର ନଜର ରହିଛି । ଅନ୍ୟପକ୍ଷରେ ଗୃହ ବେଶ ସରଗରମ ହେବାର ସମ୍ଭାବନା ରହିଛି । ବିଭିନ୍ନ ପ୍ରସଙ୍ଗ ନେଇ ଶାସକ ଦଳ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବେ । ସେପଟେ ବିରୋଧୀକୁ ଉଚିତ ଉତ୍ତର ଦେବାକୁ ସରକାର ମଧ୍ୟ ରଣନୀତି ପ୍ରସ୍ତୁତ କରିବେ ।

Related Articles

Back to top button