![](https://abhigam.com/wp-content/uploads/2024/11/Screenshot_2024-11-21-19-33-25-28_680d03679600f7af0b4c700c6b270fe7.jpg)
ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଯାଜପୁର ପୁଲିସ ଆଜି ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି
ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ ଘଟଣାରେ ଯାଜପୁର ପୁଲିସ ଆଜି ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ପୁଲିସ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।ଅଭିଯୁକ୍ତମାନଙ୍କର ଦାନଗଦି ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଏହାପରେ ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।ସେମାନଙ୍କୁ ଯାଜପୁର SDJM କୋର୍ଟରେ ହାଜର କରାଇଛି। କୋର୍ଟ ସେମାନଙ୍କ ଜାମିନ୍ ଆବେଦନକୁ ଖାରଜ କରିଦେଇଛନ୍ତି। ଯେଉଁଥିପାଇଁ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ତେବେ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପୁଲିସ୍ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି।ଅନ୍ୟପଟରେ ଗତକାଲି ହୋଇଥିବା ଆକ୍ରମଣ ଘଟଣାକୁ ନେଇ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ଦୃଢ଼ ନିନ୍ଦା କରିଛନ୍ତି। ଶ୍ରୀ ସାହୁ କହିଛନ୍ତି, ମୂଖ୍ୟମନ୍ତ୍ରୀ ଓ ଉପମୂଖ୍ୟମନ୍ତ୍ରୀ ତାଙ୍କ ସହ ଆଲୋଚନା କରିଛନ୍ତି। ରାଜ୍ୟ ସରକାର ଏ ଘଟଣାକୁ ଗୁରୁତର ସହ ନେଇଛନ୍ତି। ଏଥିରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ସମ୍ପୃକ୍ତ ସମସ୍ତ ଆସାମୀଙ୍କୁ ଗିରଫ କରାଯିବ ବୋଲି ରାଜ୍ୟ ସରକାର ତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।