ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀର ରାଜରାସ୍ତାରେ ବୁଲିଲା ଖଣ୍ଡା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀର ରାଜରାସ୍ତାରେ ବୁଲିଲା ଖଣ୍ଡା।  ପୁଲିସ ପହଞ୍ଚିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏହି ଘଟଣା ଘଟିଛି ଭୁବନେଶ୍ୱର ସ୍ଥିତ ଜାଗମରା ନୂଆ ରୋଡରେ ।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଏକ ଖାଦ୍ୟ ଷ୍ଟଲକୁ ପାଣ୍ଡରା ଅଞ୍ଚଳର ପ୍ରାୟ ୮ ଜଣ ଯୁବକ ଖାଇବାକୁ ଯାଇଥିଲେ। ଏହି ସମୟରେ ଅପର ଗୋଷ୍ଠୀର ବ୍ୟକ୍ତି ଅଚାନକ ଆକ୍ରମଣ କରିଥିଲେ। ରାସ୍ତା ଉପରେ ଖଣ୍ଡାଭୁଜାଲିରେ ଉଭୟ ଗୋଷ୍ଠୀ ମଧ୍ୟରେ ଆକ୍ରମଣ ପ୍ରତି ଆକ୍ରମଣ ହୋଇଥିଲା। ଏଥିରେ ଉଭୟ ଗୋଷ୍ଠୀର ୪ଜଣ ଆହତ ହୋଇଥିଲେ।ପୁଲିସ ପହଞ୍ଚିବା ପରେ ଉତ୍ତେଜନା ଥମିଥିଲା। ପୁଲିସ ୫ଜଣଙ୍କୁ ଗିରଫ କରିବା ସହ ଘଟଣାର ତଦନ୍ତ କରୁଛି।

Related Articles

Back to top button