
ମାର୍ଚ୍ଚ ୩୧ ଯାଏଁ ଚାଲିବ ଆବାସ ସର୍ଭେ : ସେପଟେ ୩୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାର ହେବ ଶୁଭାରମ୍ଭ
ମାର୍ଚ୍ଚ ୩୧ ତାରିଖ ଯାଏଁ ଚାଲିବ ଆବାସ ସର୍ଭେ । ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ବର୍ତ୍ତମାନ ସୁଦ୍ଧା ସର୍ଭେରେ ୧୯ ଲକ୍ଷ ପଞ୍ଜୀକରଣ ହୋଇଛି । ଆହୁରି ୧୭, ୧୮ ଦିନ ଥିବାରୁ ଅଧିକ ସାମିଲ୍ ହେବେ।
ଅନ୍ୟପକ୍ଷରେ ଆସନ୍ତା ୩୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ। ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ ହେବ ଅନ୍ତ୍ୟୋଦୟ ଗୃହ ଯୋଜନା।୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର। ଭିନ୍ନକ୍ଷମ, ବିଧବା, ରୋଗରେ ପୀଡ଼ିତ ଯୋଜନାରେ ସାମିଲ ହେବେ । ସହିଦ ପରିବାର, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ସାମିଲ ହୋଇପାରିବେ।