ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ: ସାଢେ ୩ଟି ଲୋକଙ୍କୁ ମାଗଣାରେ ମିଳିବ ଚିିକିତ୍ସା ସୁବିଧା

ରାଜ୍ୟରେ ବହୁପ୍ରତିକ୍ଷିତ ‘ଆୟୁଷ୍ମାନ ଭାରତ’ ଯୋଜନାର ଏପ୍ରିଲ ୧୧ ଅର୍ଥାତ୍‌ ଶୁକ୍ରବାର ଶୁଭାରମ୍ଭ ହୋଇଛି । କଟକରେ ଏହାର ଶୁଭାରମ୍ଭ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା କରିଛନ୍ତି । ‘ଆୟୁଷ୍ମାନ ଭାରତ’ ଓ ଆୟୁଷ୍ମାନ ବୟୋ ବନ୍ଦନାର’ ଶୁଭାରମ୍ଭ ହୋଇଛି । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ପ୍ରାୟ ସାଢେ ୩ଟି ଲୋକଙ୍କୁ ମାଗଣାରେ ମିଳିବ ଚିିକିତ୍ସା ସୁବିଧା । ଦେଶର ୨୯ ହଜାରରୁ ଅଧିକ ହସ୍ପିଟାଲରେ ମାଗଣାରେ ଚିକିତ୍ସା ସୁବିଧା ପାଇ ପାରିବେ ରୋଗୀ ।

ସୂଚନାନୁଯାୟୀ, ରାଜ୍ୟରେ ୧.୦୩ କୋଟିରୁ ଊର୍ଦ୍ଧ୍ବ ପରିବାରର ୩.୪୬ କୋଟି ଲୋକଙ୍କ ପାଇଁ ଏହି ଯୋଜନା ସମର୍ପିତ। ପରିବାରର ପ୍ରତ୍ୟେକ ସଦସ୍ୟଙ୍କୁ ମିଳିବ ଯୋଜନାର କାର୍ଡ।ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ୭୦ ବର୍ଷ କିମ୍ବା ୭୦ ବର୍ଷରୁ ଊର୍ଦ୍ଧ୍ବ ବରିଷ୍ଠ ନାଗରିକଙ୍କୁ ମିଳିବ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ବରିଷ୍ଠ ମହିଳାଙ୍କ ପାଇଁ ପରିବାର ପିଛା ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କାର ସହାୟତା। ଦେଶର ସବୁ ରାଜ୍ୟର ୨୯ ହଜାରରୁ ଊର୍ଦ୍ଧ୍ବ ସରକାରୀ ଓ ପଞ୍ଜିକୃତ ଘରୋଇ ଚିକିତ୍ସାଳୟରେ ଏହି କାର୍ଡ ଦେଖାଇଲେ ମିଳିବ ମାଗଣା ସ୍ୱାସ୍ଥ୍ୟସେବା। ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ।

Related Articles

Back to top button