
ବାହୁଡ଼ିଲେ ତିନିଠାକୁର: ସିଂହଦ୍ୱାର ସାମ୍ନାରେ ପହଞ୍ଚିଲା ତିନି ରଥ
ପୁରୀ: ବାହୁଡ଼ିଲେ ତିନିଠାକୁର। ସିଂହଦ୍ୱାର ସାମ୍ନାରେ ପହଞ୍ଚିଲା ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ। ଶନିବାର ସନ୍ଧ୍ୟାରେ ମାଉସୀ ମା’ଙ୍କ ପାଖରୁ ପୋଡ଼ପିଠା ଖାଇ ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ଜନ୍ମବେଦୀର ଲୀଳା ସାରି ବାହୁଡ଼ିଛନ୍ତି।
ନିର୍ଦ୍ଧାରିତ ସମୟ ପୂର୍ବରୁ ତିନି ଠାକୁରଙ୍କ ପହଣ୍ଡି କରାଯାଇଥିଲା। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ଜଗନ୍ନାଥ ରଥରେ ବିରାଜିଥିଲେ। ଜଗନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବ ଛେରାପହଁରା କରିବା ପରେ ଦିନ ପ୍ରାୟ ସାଢ଼େ ଗୋଟାଏରେ ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡ଼ିଥିଲା। ତାଳଧ୍ୱଜ ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ କାଳିଆ ଠାକୁରଙ୍କର ରଥକୁ ଶ୍ରୀମନ୍ଦିର ଆଡ଼କୁ ଟାଣି ନେଇଥିଲେ ଲକ୍ଷ ଲକ୍ଷ ଭକ୍ତ। କିଛିି ସମୟ ପାଇଁ ମାଉସୀ ମା’ଙ୍କ ମନ୍ଦିର ଆଗରେ ରଥ ଅଟକିଥିଲା। ସେଠାରେ ପୋଡ଼ପିଠା ଖାଇ ତିନିଠାକୁର ପୁଣି ସିଂହଦ୍ୱାର ଅଭିମୁଖେ ବାହାରିଥିଲେ ।