ଆସନ୍ତା କାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

ଆସନ୍ତା କାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆସନ୍ତା କାଲି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୭ଟାରୁ ୧୦.୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଏହି ନୀତି ମହାପ୍ରଭୁଙ୍କର ଗୁପ୍ତ ନୀତି ହୋଇଥିବାରୁ ମହାପ୍ରଭୁଙ୍କ ଏହି ନୀତି ସମୟରେ କେହି ଦର୍ଶନ କରିପାରିବେ ନାହିଁ । ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯାଇଥାଏ । ଦତ୍ତ ମହାପାତ୍ର ସେବାୟତମାନେ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରି ଏହି ନୀତି ସମ୍ପନ୍ନ କରିଥାନ୍ତି । ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।

Related Articles

Back to top button