ପଞ୍ଚୁକର ଦ୍ବିତୀୟ ଦିନ: ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ : ଆଜି ହେଉଛି ପଞ୍ଚୁକର ଦ୍ବିତୀୟ ଦିନ । ଏହି ଅବସରରେ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥିରେ ଶ୍ରଦ୍ଧାଳୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ  । ଯେତେବେଳେ ଅକ୍ରୁର ଯାଇଥିଲେ ଗୋପପୁରକୁ ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ ଆଣିବାକୁ  ସେ ସମୟରେ ବ୍ରଜ ଦାଣ୍ଡ ରେ ଏହି ରୂପରେ ଅକ୍ରୁର ଦର୍ଶନ କରିଥିଲେ। ସେହି ସ୍ମୃତିରେ ଏହି ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇ ଆସୁଅଛି । ଏହି ବେଶରେ ଠାକୁର ମାନେ ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ଚୂଡା ମଧ୍ୟ ଧାରଣ କରିଥାନ୍ତି। ମସ୍ତକରେ ଏହି ଚୂଡା ବା ଚୁଳ ଦକ୍ଷିଣ ଦିଗକୁ ଢଳି ରହିଥାଏ। ଏଣୁ ମହାପ୍ରଭୁଙ୍କ ଏହି ବେଶକୁ ବାଙ୍କଚୂଡ଼ା ବେଶ କୁହାଯାଏ । ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଛି । ତେବେ ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି ତାଙ୍କୁ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଳେ  ବୋଲି ବିଶ୍ୱାସ ରହିଛି। ତେବେ ଆସନ୍ତାକାଲି ମହାପ୍ରଭୁ ତିବିକ୍ରମ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ।

Related Articles

Back to top button