ଅନୁଭବଙ୍କ ସାନି ସାକ୍ଷ୍ୟ ଗ୍ରହଣ ପାଇଁ କରିଥିବା ପିଟିସନ ପ୍ରତ୍ୟାହାର କଲେ ବର୍ଷା

କଟକ: ସାଂସଦ ଅନୁଭବ-ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ପାରିବାରିକ ବିବାଦ ମାମଲାରେ ହାଇକୋର୍ଟରୁ ଆବେଦନ ପ୍ରତ୍ୟାହାର କରିଛନ୍ତି ବର୍ଷା ପ୍ରିୟଦର୍ଶିନୀ। ବିବାହ ବିଚ୍ଛେଦ ମାମଲାରେ ସାନି ସାକ୍ଷ୍ୟଗ୍ରହଣ ପାଇଁ ଆବେଦନ କରିଥିଲେ ବର୍ଷା। ଅନୁଭବଙ୍କ ଆଉ ଥରେ ସାକ୍ଷ୍ୟ ଗ୍ରହଣ ପାଇଁ ଆବେଦନ କରିଥିଲେ ବର୍ଷା। ନିମ୍ନ ଅଦାଲତରେ ଆବେଦନ ଅଗ୍ରାହ୍ୟ ହେବାରୁ ବର୍ଷା ହାଇକୋର୍ଟର ଦ୍ଵାରସ୍ଥ ହୋଇଥିଲେ।

ଉଲ୍ଲେଖନୀୟ ଏହା ପୂର୍ବରୁ ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲାରେ ଏସ୍‌ଡିଜେଏମ୍‌ଙ୍କ ରାୟକୁ କାଏମ୍‌ ରଖିଲେ କଟକ ଅତିରିକ୍ତ ଜିଲ୍ଲା ଦୌରା ଜଜ୍‌ । ବର୍ଷାଙ୍କୁ ଶାଶୁ ଘର ଛାଡିବା ନେଇ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ SDJM । ପରେ SDJMଙ୍କ ରାୟକୁ ଚ୍ୟାଲେଞ୍ଜ କରି ଜିଲ୍ଲା କୋର୍ଟ ଯାଇଥିଲେ ବର୍ଷା ।

ସୂଚନା ଥାଉକି, ଷ୍ଟାର୍ ଦମ୍ପତ୍ତି ଅନୁଭବ ଓ ବର୍ଷାଙ୍କ ପାରିବାରିକ ବିବାଦ ୦୨ ଜୁନ୍‌ରେ ଏକ ଭିନ୍ନ ମୋଡ଼ ନେଇଥିଲା । ଅନୁଭବଙ୍କ ପତ୍ନୀ ବର୍ଷା ଶାଶୁଘର ଛାଡ଼ି ଅନ୍ୟତ୍ର ରହିବେ ବୋଲି କୋର୍ଟ କହିଥିଲେ । ଘରଭଡ଼ା ପାଇଁ ପ୍ରତି ମାସର ୧୦ ତାରିଖ କିମ୍ବା ତା ପୂର୍ବରୁ ମାସିକ ୩୦ ହଜାର ଟଙ୍କା ଅନୁଭବ ପ୍ରଦାନ କରିବେ ଏବଂ ପ୍ରଥମ ଟଙ୍କା ପାଇବାର ୨ ମାସ ମଧ୍ୟରେ ବର୍ଷା ଘର ଛାଡ଼ିବେ ସହ ରାୟର ୨ ମାସ ଭିତରେ ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ କରିବା ଲାଗି କୋର୍ଟ କହିଥିଲେ ।

Related Articles

Back to top button