୧ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ ।

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଆସନ୍ତା ମାସ ଅର୍ଥାତ ଅଗଷ୍ଟ ୧ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଆସନ୍ତା ମାସରେ ଖୋଲିବ ଭିତରକନିକା । ଯେଉଁଥିପାଇଁ ପର୍ଯ୍ୟଟକମାନେ ବେଶ ଖୁସି ଥିବା ଜଣାପଡିଛି ।  କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ୩ ମାସ ଧରି ବନ୍ଦ ରହିଛି ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ କୁମ୍ଭୀରମାନେ ଅଧିକ ହିଂସ୍ର ହେବା ସହ ଆକ୍ରମଣ କରିବାର ଆଶଙ୍କା ରହିଥାଏ । ତେଣୁ ଏହାକୁ ଦୃଷ୍ଟିରେ ରଖି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରଖାଯାଇଥିଲା । ତେବେ ଦୀର୍ଘ ୩ ମାସ ପରେ ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

Related Articles

Back to top button