ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର
ଅଗ୍ନିଶମ କର୍ମଚାରୀଙ୍କ ପାଇଁ ଖୁସି ଖବର ସହ ବଡ ଘୋଷଣା। ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର। ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡା ସହ ଭତ୍ତା ବୃଦ୍ଧି କରାଯାଇଛି। ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବୃଦ୍ଧି କରାଯାଇଥିବା ବେଳେ ମୋଟର ସାଇକେଲ୍ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି କରାଯାଇଛି । ମୋବିଲିଟି ଭତ୍ତା ୧୫୦ରୁ ୩ଶହ ଟଙ୍କାକୁ ବୃଦ୍ଧି କରାଯାଇଛି । ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି ଦ୍ୱାରା ପ୍ରାୟ ୬ ହଜାର ୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ।