ଜଣେ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଜଣ ଉପ-ମୁଖ୍ୟମନ୍ତ୍ରୀ ଫର୍ମୁଲାରେ ଓଡିଶାରେ ସରକାର ଗଢିବ ବିଜେପି ।

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ନାଁରେ ମୋହର ବାଜିଛି । ବୁଧବାର ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ଏନେଇ ଜନତା ମଇଦାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।ଏହା ସହ ପାଟଣାଗଡ ବିଧାୟକ କେଭି ସିଂହଦେଓ ଏବଂ ନିମାପଡା ବିଧାୟିକା ପ୍ରଭାତୀ ପରିଡା ହେବେ ଉପ-ମୁଖ୍ୟମନ୍ତ୍ରୀ । ଏନେଇ ଆଜି ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହେଇଛି । ଉଭୟଙ୍କ ନାଁ ଘୋଷଣା କଲେ ରାଜନାଥ ସିଂହ ।ତେବେ ଜଣେ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଜଣ ଉପ-ମୁଖ୍ୟମନ୍ତ୍ରୀ ଫର୍ମୁଲାରେ ଓଡିଶାରେ ସରକାର ଗଢିବ ବିଜେପି ।

Related Articles

Back to top button