ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା : ସତର୍କ ସୂଚନା ଜାରି

ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ନେଇ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବୌଦ୍ଧ, ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାକୁ ସତର୍କ ସୂଚନା ଜାରି କରଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

୨୦ ତାରିଖ ଅର୍ଥାତ୍ ଆସନ୍ତାକାଲି ୪ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କିଛି ସ୍ଥାନରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ନେଇ ମଧ୍ୟ ପୂର୍ବାନୁମାନ କରାଯାଇଛି । ସେପଟେ ଗ୍ରୀଷ୍ମ ପ୍ରବାହ ନେଇ ଜିଲ୍ଲାପାଳମାନଙ୍କୁ ସତର୍କ କଲେ ସ୍ୱତନ୍ତ୍ର ରିଲିଫ କମିଶନ ।ଗ୍ରୀଷ୍ମପ୍ରବାହ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଚିଠି କରିଛନ୍ତି SRC । ନିର୍ବାଚନ ଋତୁ ହୋଇଥିବାରୁ ଅଧିକ ସତର୍କ ରହିବାକୁ ନିର୍ଦ୍ଦେଶ l ସେହିପରି ଭୁବନେଶ୍ୱର ରେ ବର୍ଷା ସାଙ୍ଗକୁ ଘଡଘଡି ଦେଖିବାକୁ ମିଳିଛି ଯାହା ଫଳରେ ବିଭିନ୍ନ ସ୍ଥାନରେ ଟ୍ରାଫିକ ବ୍ୟବସ୍ତା ବାଧା ପ୍ରାପ୍ତ ହୋଇଛି

Related Articles

Back to top button