୩୫ ଲକ୍ଷ ଚାଷୀଙ୍କୁ ମିିଳିଲା ୪୪୧.୭୬ କୋଟିର ସୁଧ ରିହାତି

ଭୁବନେଶ୍ୱର :ଚାଷୀଙ୍କ ପାଇଁ ଖୁସି ଖବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଚାଷୀଙ୍କୁ ମିିଳିଲା ସୁଧ ରିହାତି । ୩୫ ଲକ୍ଷ ଚାଷୀ ଏହି ରିହାତି ସୁବିଧା ପାଇବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନରେ ସୋମବାର ଆୟୋଜିତ ଏକ କାର୍ଯ୍ୟକ୍ରମରେ ୨୦୨୨-୨୩ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୩୫ ଲକ୍ଷ ଚଷୀଙ୍କୁ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି । ରାଜ୍ୟର ସମସ୍ତ ସମବାୟ ବ୍ୟାଙ୍କ ଓ ୨୪୦୯ଟି ପ୍ରାଥମିକ କୃଷି ସମବାୟ ସମିତିକୁ ଏହି ରିହାତି ପରିମାଣ ପ୍ରଦାନ କରାଗଲା ।

ପ୍ରଥମ ପର୍ଯ୍ୟାୟରେ ୪୧୫.୧୭ କୋଟି ଟଙ୍କାର ସୁଧ ରିହାତି ଦିଆଯାଇଥିଲା । ୨୦୨୨-୨୩ ବର୍ଷରେ ଚାଷୀମାନେ ସମୁଦାୟ ୮୫୬.୯୯ କୋଟି ଟଙ୍କା ସୁଧ ରିହାତି ପାଇଲେ । ସୁଚନାଯୋଗ୍ୟ ଯେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ପାଇଁ ଚାଷୀମାନଙ୍କୁ କୌଣସି ସୁଧ ଦେବାକୁ ପଡୁ ନାହିଁ । ୩୫ ଲକ୍ଷ ଚାଷୀଙ୍କ ମଧ୍ୟରୁ ୩୦ ଲକ୍ଷ ହେଉଛନ୍ତି କ୍ଷୁଦ୍ର ଓ ନାମମାତ୍ର ଚାଷୀ।

ଏହି ଅବସରରେ ଉପସ୍ଥିତ ଚାଷୀ ବନ୍ଧୁ ଏବଂ Video Conference ଜରିଆରେ ଯୋଡି ହୋଇଥିବା ଚାଷୀମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଚାଷ ଆମ ଅର୍ଥନୀତିର ଆତ୍ମା । ବିକାଶର ଆଧାର । ଆମର ନୂଆ ଓଡିଶା, ସଶକ୍ତ ଓଡିଶାର ସାରଥି ହେଉଛନ୍ତି ଆମର ଚାଷୀମାନେ, ମା’ମାନେ ଓ ଯୁବକଯୁବତୀମାନେ । ତେଣୁ ଆପଣମାନଙ୍କ ସଶକ୍ତୀକରଣ ଉପରେ ମୁଁ ସବୁବେଳେ ଜୋର ଦେଇ ଆସିଛି ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Related Articles

Back to top button