ଧାମନଗର ଉପନିର୍ବାଚନରେ ନିୟୋଜିତ ପୋଲିଂ ଅଫିସରଙ୍କ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭଦ୍ରକ: ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ନଟବର ମୁଣ୍ଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଭଦ୍ରକ ଜିଲାର ବାଗୁରାଇରେ ବୋଲି ଜଣାପଡ଼ିଛି। ନଟବରଙ୍କୁ ଧାମନଗରର ୧୩୯ ନମ୍ବର ବୁଥ୍‌ରେ ପୋଲିଂ କର୍ମଚାରୀ ଭାବେ ନିୟୋଜିତ କରାଯାଇଥିଲା। ବୁଧବାର ସେ ବୁଥ୍‌ରେ ପହଞ୍ଚିବା ପରେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ନିର୍ବାଚନ ଡ୍ୟୁଟିରୁ ଅବ୍ୟାହତି କରି ଦିଆଯାଇଥିଲା। ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ତାଙ୍କର ମୃତ୍ୟୁ ଘଟିଥିବା ଭଦ୍ରକ ଜିଲାପାଳ ସୂଚନା ଦେଇଛନ୍ତି।

ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ ଅଫିସର ନଟବର ମୁଣ୍ଡାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

 

Related Articles

Back to top button