
ଷୋଡ଼ଶ ଅର୍ଥ କମିଶନଙ୍କ ସହ ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା
ଷୋଡ଼ଶ ଅର୍ଥ କମିଶନଙ୍କ ସହ ରାଜ୍ୟ ସରକାରଙ୍କ ବୈଠକ । ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା। ବିଭିନ୍ନ ଦାବି ରଖିଥିବା ନେଇ ଦେଲେ ସୂଚନା ଦେଲେ ମୋହନ ମାଝୀ । SDRFରେ ଶତ ପ୍ରତିଶତ କେନ୍ଦ୍ର ଦେବାକୁ ଦାବି ରଖିଛୁ କହିଲେ ମୋହନ।SDRFରେ କେନ୍ଦ୍ର ୭୫% ଓ ରାଜ୍ୟ ୨୫% ଦେଇଥାଏ। ବେଶୀ ସମୟରେ ପ୍ରାକୃତିକ ବିପର୍ଯ୍ୟୟ ଆସୁଥିବାରୁ ଶତ ପ୍ରତିଶତ ଦାବି । ରାଜ୍ୟକୁ ମିଳୁଥିବା ୪୧% ଟିକସ୍କୁ ୫୦% ବୃଦ୍ଧି ଦାବି ରଖିଛୁ ବୋଲି କହିଲେ ମୁଖ୍ୟମନ୍ତ୍ରୀ।
ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦେଇଛନ୍ତି କଡ଼ା ନିର୍ଦ୍ଦେଶ। ଜନଶୁଣାଣିରେ ଲୋକଙ୍କ ଅଭିଯୋଗ ଏବଂ ସମସ୍ୟାର ସମାଧାନ ନହେଲେ ଏଣିକି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ବା ସିଏମଓ ପକ୍ଷରୁ ଚିଠି ଜାରି ହୋଇଛି । ସବୁ ଜିଲାର ଜିଲାପାଳ, ଏସପି, ପୋଲିସ ଡିଜି, ପୋଲିସ କମିଶନର ସମସ୍ତଙ୍କୁ ସିଏମଓ ପକ୍ଷରୁ ଚିଠି ହୋଇଛି ।କିଛି ଲୋକମାନେ ସେମାନଙ୍କ ସମସ୍ୟାର ସମାଧାନ ହେଉନଥିବାରୁ ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି । ସେମାନଙ୍କ ସମସ୍ୟାର ସମାଧାନ ଯେପରି ଥରକରେ ହୋଇପାରିବ, ତାହା ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।