କେନ୍ଦୁଝର ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ୩ ଲକ୍ଷ ସହାୟତା ରାଶି

କେନ୍ଦୁଝର ଟ୍ରକ ଦୁର୍ଘଟଣା ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ସେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାଛଡ଼ା ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନା ଅନୁଯାୟୀ, ଯୁଡିଆଘାଟି ଷଠାଘର ନିକଟରେ ଏକ ବିବାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିଲା । ବରଯାତ୍ରୀ ଦଳ କନ୍ୟା ଘର ସାମ୍ନାରେ ନାଚୁଥିବା ବେଳେ ହଠାତ୍ ଏକ ଟ୍ରକ ସେମାନଙ୍କ ଉପରେ ଚଢାଇ ଦେଇଛି । ଯାହା ଫଳରେ ୯ ଆହତ ହୋଇଛନ୍ତି ଏବଂ ୫ ଜଣଙ୍କର ମୃତ୍ୟୁ ଘଟିଛି ।

ଏପରି ମର୍ମନ୍ତୁଦ ଘଟଣା ଲାଗି ବର ଫେରିଯାଇଛି । ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ। ପୋଲିସ ପହଁଚି ଘଟଣାର ତଦନ୍ତ ଚଳାଇଛି ।

Related Articles

Back to top button