ହବିଷ୍ୟାଳି ଯୋଜନାର ମା’ଙ୍କୁ ଶାଲ୍‌ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ପୁରୀ : ପୁରୀରେ ହବିଷ୍ୟାଳି ମା ମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳି ମା ମାନଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଭିଡିଓ କନଫରେନସିଂ ମାଧ୍ୟମରେ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା’ ମାନଙ୍କୁ ସ୍ବାଗତ କରି ସମସ୍ତଙ୍କୁ ଗୋଟିଏ ଗୋଟିଏ ଶାଲ୍‌ ଉପହାର ପ୍ରଦାନ କରିବାକୁ ନୂଆ ଯୋଜନା ଘୋଷଣା କରିଛନ୍ତି। ମା’ ମାନେ ଶାନ୍ତି ଓ ଆନନ୍ଦରେ କାର୍ତ୍ତିକ ବ୍ରତ ପାଳନ କରିବେ ବୋଲି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ  । ମା ମାନେ ଓ ସେମାନଙ୍କ ପରିବାର ତଥା ସାରା ଓଡିଶାବାସୀଙ୍କ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ କାମନା କରିଛନ୍ତି ।

ଏହି ଅବସରରେ ମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ, କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ବିନୀ ପାତ୍ର ଓ ସାଂସଦ ପିନାକୀ ମିଶ୍ର ପ୍ରମୁଖ ସେମାନଙ୍କର ଅଭିଭାଷଣ ରଖି କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁବେଳେ ଓଡିଶାବାସୀଙ୍କ କଲ୍ୟାଣ ପାଇଁ କାମ କରିଆସିଛନ୍ତି । ଆଜି ମା ମାନଙ୍କ ମନ କଥା ଜାଣି, ସେ ପୁରୀରେ କାର୍ତ୍ତିକ ବ୍ରତ ପାଳନ ପାଇଁ ବୃନ୍ଦାବତୀ ନିବାସ ଉଦ୍‌ଘାଟନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ପୁରୀ ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ପରିଚାଳନା କମିଟିର ସଦସ୍ୟଗଣ ଓ ଅନ୍ୟ ବରିଷ୍ଠ ବ୍ୟକ୍ତି ମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ପୁରୀ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଅତିରିକ୍ତି ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Related Articles

Back to top button