ମାଲକାନଗିରିରୁ ଗଡିଲା ‘ଲକ୍ଷ୍ମୀ ବସ୍’

ମାଲକାନଗିରିରୁ ଗଡିଲା ଲକ୍ଷ୍ମୀ। ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଦିନରେ ଗଡିଲା ୩୬ଟି ବସ୍ । ସବୁଜ ପତାକା ଦେଖାଇ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଜିଲ୍ଲା ଭାବେ ମାଲକାନଗିରି ଜିଲ୍ଲାରୁ ଏହି ସେବା ଆଜି ଆରମ୍ଭ ହୋଇଛି । ଏହି ବସ୍ ସେବା ଜରିଆରେ ପଞ୍ଚାୟତରୁ ବ୍ଲକ, ସଦରମହକୁମା ଓ ରାଜଧାନୀକୁ ଯିବା ସହଜ ହେବ । ମାଲକାନଗିରି ପରେ କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ମିଳିବ । ବିଶେଷକରି ଗ୍ରାମାଂଚଳ ଲୋକମାନେ ଯାତାୟତରେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହେବେ ତାହା ଉପରେ ଅଧିକ ଫୋକସ କରାଯାଇଛି ।

ରାଜ୍ୟରେ ସୁନିଶ୍ଚିତ ଓ ନିରାପଦ ପରିବହନ ସେବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ‘ଲକ୍ଷ୍ମୀ’ ଯୋଜନା । ଯୋଜନାରେ ହଜାରେରୁ ଅଧିକ ବସ ଚଳାଚଳ କରିବ । ପ୍ରଥମ ତିନି ବର୍ଷରେ ୩ ହଜାର ୧୭୮ କୋଟି ଟଙ୍କା ଖର୍ଚ୍ଚ ହେବ । ଏହାର ଅବଧି ୧୦ ବର୍ଷ ପର୍ଯ୍ୟନ୍ତ ରହିଥିବାବେଳେ ପ୍ରଦର୍ଶନ ଆଧାରରେ ଆଉ ୨ ବର୍ଷ ବୃଦ୍ଧି କରାଯାଇ ପାରିବ । ଏହାଦ୍ବାରା ଗ୍ରାମାଞ୍ଚଳର ଜନସାଧାରଣଙ୍କ ସାମାଜିକ, ଆର୍ଥିକ ଏବଂ ସାମଗ୍ରିକ ଜୀବିକାକୁ ବୃଦ୍ଧି କରାଯାଇପାରିବ ।

Related Articles

Back to top button