ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ମୁଖ୍ୟ ଶାସନ ସଚିବ  ସୁରେଶ ଚନ୍ଦ୍ର ମହାପାତ୍ର ଗୂରୁବାର ଅପରାହ୍ନରେ ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି ସମ୍ବନ୍ଧରେ ସମୀକ୍ଷା କରିଛନ୍ତି । କରୋନା ମହାମାରୀ ପାଇଁ ୨ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ରଥଯାତ୍ରା ହୋଇଥିଲା ତେବେ ଚଳିତ ବର୍ଷ କରୋନାର ପ୍ରକୋପ ହ୍ରାସ ପାଇ ଥିବାରୁ ଭକ୍ତଙ୍କ ମେଳରେ ରଥଯାତ୍ରା ହେବ। ତେଣୁ ମୁଖ୍ୟ ଶାସନ ସଚିବ  ଶୃଙ୍ଖଳିତ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏଥି ସହ ଶ୍ରୀ ମହାପାତ୍ର  ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତିର ଅନୁଧ୍ୟାନ କରିଛନ୍ତି।

Related Articles

Back to top button